- ଶୀତ ବିଦାୟ ନେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ରାଜ୍ୟରେ ଦିନର ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଛି। ବିଶେଷକରି ଗତ ଦୁଇଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରାରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ତେବେ ଆସନ୍ତା ୫ ଦିନ ମଧ୍ୟରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସବୁଠାରୁ ଗୁରୁତବପୂର୍ଣ୍ଣ କଥା ହେଉଛି ଏବେ ରାତିର ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶେଷକରି ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ଠାରୁ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିଭଳି ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ତାପମାତ୍ରା ବୃଦ୍ଧି ପାଇବା ସହ ଉପକୂଳ ଜିଲ୍ଲାଗୁଡିକରେ ଗୁଳୁଗୁଳି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିଭଳି ରାଜ୍ୟର ୧୦ ଟି ଜିଲ୍ଲାକୁ ଘନ କୁହୁଡି ପାଇଁ ସତର୍କ କରାଯାଇଛି।
କୋରାପୁଟ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କେଉଁଝର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ଘନକୁହୁଡ଼ି ଦେଖାଦେବ ବୋଲି କୁହାଯାଇଛି।


