ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଭୁବନେଶ୍ୱର, କଟକ ସମେତ ରାଜ୍ୟର ୨୨ ଜିଲ୍ଲା ପାଇଁ ବର୍ଷା ସହ ଅଧିକ ବଜ୍ରପାତ ହେବ ବୋଲି ସତର୍କ କରିଛି ପାଣିପାଗ ବିଭାଗ।
ବିଶେଷକରି ବିଜୁଳି ଘଡ଼ଘଡି ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲ୍ଲାକୁ ସତର୍କ କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।
ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପହିବା ସହ କେତେକ ସ୍ଥାନରେ ପ୍ରବଳ କୁଆପଥର ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ।
ଅପରପକ୍ଷରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁର ଜିଲ୍ଲାରେ ଅପରାହ୍ନରେ ମାଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ ବୋଲି ସତର୍କ କରାଯାଇଛି। ନିମ୍ନଚାପ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ହେବା ସହ ବର୍ଷା ହେବାରୁ ଏହି ସମୟ ଭିତରେ ଲୋକଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି।



