ଶନିବାର ହୋଲି ପାଇଁ ପୂରା ରାଜ୍ୟବାସୀ ବ୍ୟସ୍ତ ଥିବା ବେଳେ ସାରା ରାଜ୍ୟରେ ତାପମାତ୍ରା ଉପରମୁହାଁ ରହିଥିଲା। ରାଜ୍ୟର ୧୩ ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା।
ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାର ତାପମାତ୍ରା ଅଧିକ ରେକର୍ଡ କରାଯାଇଥିଲା। ଜଳୁଛି । ସମ୍ବଲପୁରରେ ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୪୨.୫ ଡିଗ୍ରୀ ସେଲସିୟ ରେକର୍ଡ କରାଯାଇଛି।
୪୨.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଶୁକ୍ରବାର ଦିନ ସାଢ଼େ ୨ ଟା ବେଳକୁ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଥିଲା ବେଳେ ଶନିବାର ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୪୧.୮ ଡିଗ୍ରୀ, ଅନୁଗୁଳରେ ୪୨.୭, ରେକର୍ଡ ହୋଇଛି ଓ ରାଉରକେଲାରେ ୪୦.୫ ଡିଗ୍ରୀ, ହୀରାକୁଦରେ ୩୯.୬ ଡିଗ୍ରି, ଭୁବନେଶ୍ବରରେ ୩୮.୪ ଡିଗ୍ରୀ, ବଲାଙ୍ଗୀର ୪୨.୫, କେନ୍ଦୁଝରରେ ୩୮ ଡିଗ୍ରୀ ଓ ଚାନ୍ଦବାଲିରେ ୩୭.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ସେହିପରି ଶନିବାର ପାଇଁ ଯେଉଁସ୍ଥାନରେ ତାପମାତ୍ରା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିଲା, ସେଠାରେ ଏବେ ରେଡ୍ ଆଲର୍ଟ ଜାରି କରାଯାଇଛି। ରବିବାର ପାଇଁ ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ଆହୁରି ବୃଦ୍ଧି ପାଇବ ଏଵଂ ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।


