TT Ads
ଜଷ୍ଟିସ୍‌ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍‌ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ଅର୍ଜୁନରାମ ମେଘୱାଲ ସାମାଜିକ ଗଣମାଧ୍ୟମ ‘ଏକ୍‌’ରେ ଏ ନେଇ ସୂଚନା ଦେଇଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍‌ ଜଷ୍ଟିସ୍‌ ଟଣ୍ଡନଙ୍କ ନାମ ସୁପାରିଶ କରିଥିଲେ
ଜଷ୍ଟିସ୍‌ ଟଣ୍ଡନ ୧୯୬୪ ମସିହା ନଭେମ୍ବର ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଛନ୍ତି। ସେ ୧୯୮୩ ମସିହାରେ କୋଲକାତା ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରି ହାସଲ ପରେ ୧୯୮୯ ମସିହାରେ ସେହି ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ।
ସେହିବର୍ଷ ସେପ୍ଟେମ୍ବର ୨୬ରେ ଓକିଲ ଭାବେ ଅଭ୍ୟାସ ଆରମ୍ଭ କରିଥିଲେ। ୨୦୧୦ ଅପ୍ରେଲ୍‌ ୧୩ ତାରିଖରେ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଏହାସହ ସେ ହେଉଛନ୍ତି କଲିକତା ହାଇକୋର୍ଟର ସବୁଠୁ ବରିଷ୍ଠ ବିଚାରପତି। ହାଇକୋର୍ଟ ବିଚାରପତିଙ୍କ ମଧ୍ୟରେ ସର୍ବଭାରତୀୟ ସ୍ତରରେ ସେ ହେଉଛନ୍ତି ସପ୍ତମ ବରିଷ୍ଠ ବିଚାରପତି।
ଜଷ୍ଟିସ୍‌ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି। ସୁପ୍ରିମକୋର୍ଟ କଲେଜିୟମ୍‌ ତାଙ୍କ ନିଯୁକ୍ତି ନେଇ ସୁପାରିଶ କରିଥିଲେ। ଜଷ୍ଟିସ୍‌ ହରିଶ ଟଣ୍ଡନ ବର୍ତ୍ତମାନ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି। ଗତ ଜାନୁଆରୀ ୧୯ରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ନୂତନ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ନେଇ ଏହି ସୁପାରିଶ କରାଯାଇଥିଲା। ଜଷ୍ଟିସ୍‌ ଅରିନ୍ଦମ୍‌ ସିହ୍ନା ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅଛନ୍ତି। ଆହ୍ଲାବାଦ୍‌ ହାଇକୋର୍ଟକୁ ତାଙ୍କର ବଦଳି ହୋଇଛି।
TT Ads

Leave a Reply

Your email address will not be published. Required fields are marked *