TT Ads
ରାଜ୍ୟ କ୍ୟାବିନେଟ୍‌ରେ ୧୦ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାରେ ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି
ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ଦ୍ୱାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ଆୟୁଷ୍ମାନ ବାୟୋ ବନ୍ଧନକୁ ମଞ୍ଜୁରୀ ମିଳିଛି। ସେହିପରି ପରିବାର ପିଛା ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ମିଳିପାରିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାମ କରିବ। ଏହି ଯୋଜନା ଦ୍ୱାରା ହିତାଧିକାରୀମାନେ କ୍ୟାସ୍‌ଲେସ୍‌ ସୁବିଧା ମଧ୍ୟ ପାଇପାରିବେ। ସରକାର ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ଦେଇଛନ୍ତି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।
ରାଜ୍ୟରେ ଚଳିତ ବର୍ଷ ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁହେବ। ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୬୭ ଲକ୍ଷ ୮୦ ହଜାର ପରିବାର ହେବେ ଉପକୃତ। ସେହିପରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଲାଭ ପାଇବେ।
TT Ads

Leave a Reply

Your email address will not be published. Required fields are marked *