TT Ads

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଫଳରେ ସରକାରୀ କର୍ମଚାରୀ ପାଉଥିବା ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ପିଛିଲା ଭାବେ ଗତଜାନୁଆରୀ ପହିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ।
ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ପ୍ରକାଶ ଥାଉ କି ବିଜେପି ସରକାର ଆସିବା ପରେ ପ୍ରଥମ ଥର ପାଇଁ ଏହି ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।

ଶିଳ୍ପସଂସ୍ଥାକୁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

OJ Ads

Leave a Reply

Your email address will not be published. Required fields are marked *