TT Ads

ଅସହ୍ୟ ଗରମରେ ଛଟପଟ ହେଉଛନ୍ତି କି ? ଆପଣଙ୍କ ପାଇଁ ଆଶ୍ୱସ୍ତି ହେବାର ଖବର ହେଉଛି କାଲିଠାରୁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବ। ପୂର୍ବାପେକ୍ଷା ଗରମ ଓ ଗୁଳୁଗୁଳି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନା ଅନୁଯାୟୀ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକଆସନ୍ତା କାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ବର୍ଷା ହେବ। ଫଳରେ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଜିଲ୍ଲାରେ ଅପରାହ୍ନରୁ ସନ୍ଧ୍ୟା ଭିତରେ ବଜ୍ରପାତ ସହିତ ବର୍ଷା ଏବଂ ପବନ ବହିବାର ସମ୍ଭାବନା ରହିଛି। ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ ବହିବାର ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, ରାୟଗଡା, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଘନ୍ତପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

ଆସନ୍ତା ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି ଏବଂ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି।

ୱାକଫ ଆଇନର ୩ ଦିଗ ପ୍ରତି ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

OJ Ads

Leave a Reply

Your email address will not be published. Required fields are marked *