ତାତିରୁ ସାମୟିକ ନିସ୍ତାର ମିଳିବ। ଆସନ୍ତା ୪ ଦିନ ପାଇଁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସୋମବାର ଦିନ ଉତ୍ତର ଓଡ଼ିଶା ଉପକୂଳରେ ଏବଂ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଅଞ୍ଚଳରେ ୪୫ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ତୋଫାନ ସହ ପାଗ ଖରାପ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଓଡ଼ିଶା ଉପକୂଳ ଏବଂ ଏହାର ବାହାରେ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ବିଭିନ୍ନ ସ୍ଥାନରେ ମେ’୨ ପର୍ଯ୍ୟନ୍ତ ଘଡ଼ଘଡ଼ି ସହିତ ବର୍ଷା ଏବଂ ପବନ ବହିବା ପାଇଁ ୟୋଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
୨୯ ଏପ୍ରିଲରୁ ମେ’୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ଦିନର ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ। ପ୍ରବଳ ପବନ ପାଇଁ ୭ଟି ଜିଲ୍ଲା ଲାଗି ୨ ଦିନ ନିମନ୍ତେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୮ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ଣ କିମ୍ବା ସନ୍ଧ୍ୟାରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ କେନ୍ଦ୍ରାପଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ବର୍ଷା ସହ ଘଡଘଡି ସହିତ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନବରଙ୍ଗପୁର, ନୂଆପଡା, କୋରାପୁଟ, ମାଲକାନଗିରି, ରାୟଗଡା, ସମ୍ବଲପୁର, ଦେଓଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି।
ସେହିଭଳି ଏପ୍ରିଲ୍ ୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ଣରୁ ସନ୍ଧ୍ୟା ସୁଦ୍ଧା ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା, କୁଆପଥର ସହ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି।

ବଜ୍ରପାତ ସହିତ ବର୍ଷା ଏବଂ ୪୦-୫୦ କିଲୋମିଟର ବେଗରେ ପବନ ବହିବ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ତୋଫାନ ଓ ଘଡ଼ଘଡ଼ି ବିଜୁଳି ହେବାର ସତର୍କ ସୂଚନା ଜାରି କରାଯାଇଛି।

Very good https://is.gd/N1ikS2
Very good https://is.gd/N1ikS2