TT Ads

ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନଟି ଯଦିବା କେତେ ଜଣଙ୍କ ମୃତ୍ୟୁ ହୋଇଛି ଜଣା ପଡ଼ିନାହିଁ, ତେବେ ବିମାନରେ ଥିବା ୨୪୨ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୧୦ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି।

ଯାତ୍ରୀଙ୍କ ମଧ୍ୟରେ ଦୁଇଜଣ ପାଇଲଟ ଥିବା ବେଳେ ୧୦ ଜଣ କ୍ରିୟୁ ମେମ୍ବର ରହିଥିଲେ ଓ ୨୩୦ ଜଣ ଯାତ୍ରୀ ରହିଥିବା ସୂଚନା ମିଳିଛି। ୨୩୦ ଜଣ ଯାତ୍ରୀଙ୍କ ମଧ୍ୟରୁ ବିମାନରେ ୧୬୯ ଜଣ ଭାରତୀୟ ଏବଂ ୫୩ ଜଣ ବ୍ରିଟିଶ ନାଗରିକ ଥିବା ଜଣାପଡ଼ିଛି। ଏବେ ବିମାନ ଦୁର୍ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଖବର ନେବାରୁ ଜଣା ପଡିଛି ଯେ, ଏୟାର ଇଣ୍ଡିଆର ଏ ଆଇ ୭୧୭ ଅହମ୍ମଦାବାଦ ବିମାନବନ୍ଦରରୁ ଦିନ ଗୋଟାଏ ୧୭ ମିନିଟରେ ଉଡାଣ ଭରିଥିଲା। ଉଡାଣ ଆରମ୍ଭର ମାତ୍ର ୫ ମିନିଟ ପରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ବିମାନଟି ପାଇଲଟ ମେ ଡେ କଲ କରିଥିଲେ। କିନ୍ତୁ କଲ କରିବାର କିଛି କ୍ଷଣ ମଧ୍ୟରେ ମେଘନୀ ନଗର ଠାରେ ବିମାନଟି ଖସି ପଡିଥିଲା।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିମାନ ଭିତରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣି ରହିଥିଲେ।
ସୂଚନାଯୋଗ୍ୟ,ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବାପରେ ଅହମ୍ମଦାବାଦର ମେଘାନୀନଗର ଅଞ୍ଚଳରେ କିଛିସମୟ ପାଇଁ ନିଆଁର ପିଣ୍ଡୁଳା ଦେଖିବାକୁ ମିଳିଥିଲା। ଏହି ନିଆଁରୁ ବାହାରିଥିବା ଧୂଆଁ ସମଗ୍ର ଅଞ୍ଚଳକୁ ବ୍ୟାପୀ ଯାଇଥିଲା।
ପ୍ରାଥମିକ ସୂଚନା ଅନୁଯାୟୀ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ଦୁଃଖଦ ଦୁର୍ଘଟଣା ଘଟିଛି। କୁହାଯାଉଛି ଏୟାର ଇଣ୍ଡିଆ ବିମାନଟି ବିମାନବନ୍ଦରର ସୀମା ନିକଟରେ ହିଁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି।

TT Ads

Leave a Reply

Your email address will not be published. Required fields are marked *