ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ କୃମି ନାଶକ ଔଷଧ ଖାଇ ୨୫ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ୬ ଜଣ ଛାତ୍ରୀ ରହିଥିବା ବେଳେ ଅନୁଗୁଳ ଜିଲ୍ଲା ବଇଣ୍ଡା ଅଞ୍ଚଳର ୧୯ ଜଣ ଛାତ୍ରଛାତ୍ରୀ ରହିଛନ୍ତି।
ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ କରଡ଼ାବଣି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବଇଣ୍ଡା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା କରାଯାଇ ସମସ୍ତଙ୍କୁ ଘରକୁ ପଠାଇ ଦିଆଯାଇଛି। ଅପରପକ୍ଷେ ମେଡିକାଲ କର୍ତ୍ତୃପକ୍ଷଙ୍କ ଏକ ଟିମ୍ ବିଦ୍ୟାଳୟକୁ ଯାଇ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ପ୍ରକାଶ ଥାଉ କି ସୋମବାର ବଇଣ୍ଡା ମେଡିକାଲ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ସରକାରଙ୍କ ପକ୍ଷରୁ କୃମିନାଶକ ଔଷଧ ଖାଇବାକୁ ଦିଆଯାଇଥିଲା। ତେବେ ଔଷଧ ଖାଇବାର ୨ ଘଣ୍ଟା ପରେ ୧୯ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି।
ସେହିଭଳି ବାଲେଶ୍ୱର ଜିଲ୍ଲା ସୋର ବ୍ଲକ କେଦାରପୁର ପଞ୍ଚାୟତ ଥାନେଶ୍ୱରସ୍ଥିତ ବିଦ୍ୟାଳୟରେ କୃମି ଔଷଧ ଖାଇ ୬ ଜଣ ଛାତ୍ରୀ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ। ଚିିକିତ୍ସା ପାଇଁ ସେମାନଙ୍କୁ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ସୋମବାର ମଧ୍ୟାହ୍ନରେ କେଦାରପୁର ପଞ୍ଚାୟତ ଥାନେଶ୍ୱରସ୍ଥିତ ବିଦ୍ୟାଳୟରେ ପିଲାମାନଙ୍କୁ କୃମି ଔଷଧ ଦିଆଯିବା ସମୟରେ ଏଭଳି ଅପ୍ରିତିକର ପରିସ୍ଥିତି ଦେଖା ଦେଇଥିଲା।