TT Ads

ମ୍ୟାମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି। ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମ୍ୟାମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ବର୍ତ୍ତମାନ ସୁଦ୍ଧା ଧ୍ଵଂସ ସ୍ତୂପ ତଳୁ ହଜାରରୁ ଅଧିକ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହଜାରରୁ ଅଧିକ ଲୋକଙ୍କୁ ଆହତ ଅବସ୍ଥାରେ ଚିକିତ୍ସା କରାଯାଉଛି।
ମ୍ୟାମାରରେ ଭୂକମ୍ପର ପ୍ରଭାବ ଏତେ ଅଧିକ ଥିଲା ଯେ ଏହା ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି।
ଭାରତ ପଠାଇଲା ୧୫ ଟନ୍ ରିଲିଫ ସାମଗ୍ରୀ
କ୍ଷାୟକ୍ଷତିକୁ ଦୃଷ୍ଟିରେ ରଖି ଏବେ ଭାରତ ୧୫ ଟନ୍‌ର ରିଲିଫ୍ ସାମଗ୍ରୀ ପଠାଇଛି।
ଭାରତୀୟ ବାୟୁସେନାର ସି-୧୩୦ଜେ ବିମାନ ଜରିଆରେ ରିଲିଫ୍ ପ୍ୟାକେଜ୍ ପଠାଇଛି ଭାରତ। ଯେଉଁଥିରେ ତମ୍ବୁ, ଶୋଇବା ବ୍ୟାଗ୍, କମ୍ବଳ, ଖାଦ୍ୟ ଏବଂ ଜେନେରେଟର ସେଟ୍ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ରହିଛି। ଭୂମିକମ୍ପ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ପାରାସିଟାମଲ୍, ଆଣ୍ଟିବାୟୋଟିକ୍, ସିରିଞ୍ଜ, ଗ୍ଲୋଭସ୍ ଏବଂ ବ୍ୟାଣ୍ଡେଜ୍ ଭଳି ଚିକିତ୍ସା ସାମଗ୍ରୀ ମଧ୍ୟ ପଠାଯାଉଛି।

କୁହାଯାଉଛି ଯେ, ୨୮ ମାର୍ଚ୍ଚରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବିଳମ୍ବିତ ରାତି ୧୧ଟା ୫୬ସମୟରେ ମିଆଁମାରରେ ୪.୨ ତୀବ୍ରତାର ଆଉ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା।

ତେବେ ମିଆଁମାର ଓ ଥାଇଲ୍ୟାଣ୍ଡ ବ୍ୟତୀତ ଭାରତରେ ମେଘାଳୟ, ମଣିପୁର, ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ବାଂଲାଦେଶ, ଭିଏତ୍‌ନାମ ଏବଂ ଚୀନ୍‌ର ଦକ୍ଷିଣପଶ୍ଚିମ ୟୁନାନ୍‌ ପ୍ରଦେଶରେ ମଧ୍ୟ ଭୂକମ୍ପର ତୀବ୍ର ଝଟ୍‌କା ଅନୁଭୂତ ହୋଇଛି।

ଦିନମଜୁରିଆ ହୋଇଗଲେ କୋଟିପତି

OJ Ads

Leave a Reply

Your email address will not be published. Required fields are marked *