TT Ads

ଆସନ୍ତା କାଲିଠାରୁ ତିନି ଦିନ ଧରି ୧୫ ଜିଲ୍ଲାକୁ କାଳ ବୈଶାଖୀ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ଜିଲ୍ଲାଗୁଡିକ ପାଇଁ ସତର୍କତା ଜାରି କରାଯାଇଛି
ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବୁଧବାର ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏଥି ସହିତ ମୟୂରଭଞ୍ଜ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୋନପୁର, ଅନୁଗୁଳ, ବରଗଡ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ନୂଆପଡା ଏବଂ ବୌଦ୍ଧରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ତେବେ ଆସନ୍ତାକାଲି ଗୁରୁବାର ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ଘଡ଼ଘଡ଼ି ସହିତ ବର୍ଷା ସହ ପବନ ହେବା ବୋଲି ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଶୁକ୍ରବାର ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ୬୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ କହିଛି। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବର୍ଷା ହେବା ବୋଲି ବିଭାଗ ଆକଳନ କରିଛି।
ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ବାପାଙ୍କ ଜନ୍ମମାଟି ଭାରତକୁ ଆସିବେ ସୁନୀତା

TT Ads

Leave a Reply

Your email address will not be published. Required fields are marked *