ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୮ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ଣ କିମ୍ବା ସନ୍ଧ୍ୟାରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ କେନ୍ଦ୍ରାପଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ବର୍ଷା ସହ ଘଡଘଡି ସହିତ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନବରଙ୍ଗପୁର, ନୂଆପଡା, କୋରାପୁଟ, ମାଲକାନଗିରି, ରାୟଗଡା, ସମ୍ବଲପୁର, ଦେଓଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି।
ସେହିଭଳି ଏପ୍ରିଲ୍ ୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ଣରୁ ସନ୍ଧ୍ୟା ସୁଦ୍ଧା ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ସହ ବର୍ଷା, କୁଆପଥର ସହ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି।
ବଜ୍ରପାତ ସହିତ ବର୍ଷା ଏବଂ ୪୦-୫୦ କିଲୋମିଟର ବେଗରେ ପବନ ବହିବ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ତୋଫାନ ଓ ଘଡ଼ଘଡ଼ି ବିଜୁଳି ହେବାର ସତର୍କ ସୂଚନା ଜାରି କରାଯାଇଛି।